ମାଲକାନଗିରି କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬/୧୨: ମାଲକାନଗିରି ବ୍ଳକର କନିଷ୍ଠ ଯନ୍ତ୍ରୀ ନିହାର ସରକାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଭିଜିଲାନ୍ସକୁ ଖବର ମିଳିଥିଲା। ଆଜି ଭୋର ସକାଳୁ ମାଲକାନଗିରି ସମେତ ଏମପିଭି-୧୦ ସ୍ଥିତ ତାଙ୍କ ଘର, ଅଫିସ ଏବଂ ରାଇଘର ସ୍ଥିତ ଶ୍ୱଶୁର ଘରେ ଏକାକାଳୀନ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ସେଟେଲମେଣ୍ଟ (ବନ୍ଦୋବସ୍ତ) ଅଫିସରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ(SRA)ବାସୁଦେବ ଭୋଇଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରାଯାଇଥିଲା। ଏନେଇ ତାଙ୍କର ଚାରୋଟି ସମ୍ପତ୍ତି ଥିବା ସ୍ଥାନରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଚଢ଼ଉ କରିଥିଲା । ସମ୍ବଲପୁରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସର ୨ ଜଣ DSP, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ବରଗଡ ଏବଂ ସମ୍ବଲପୁର ଜିଲ୍ଲାର ୪ଟି ସ୍ଥାନରେ ଏକକାଳୀନ ଘର ତଲାସୀ କରାଯାଇଥିଲା।