ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଲେ ଅନୁ ଗର୍ଗ

ଭୁବନେଶ୍ୱର, ୩୧/୧୨: ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିବାରୁ ତାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହାସହ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଅନୁ ଗର୍ଗ ଦାୟିତ୍ୱ ନେଇଛନ୍ତି । ସେ ଓଡ଼ିଶାର ପ୍ରଥମ ମହିଳା ଶାସନ ସଚିବ । ଉନ୍ନୟନ କମିସନର ଥିବା ଅନୁ ଗର୍ଗ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ।୧୯୯୧ ବ୍ୟାଚର ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ଅନୁ ଗର୍ଗ । ଉନ୍ନୟନ କମିସନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଥିଲେ । ଜଳ ସଂପଦ ଏବଂ ଯୋଜନା ଓ ସଂଯୋଜନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଥିଲେ। ପୂର୍ବରୁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ଶ୍ରମ ବିଭାଗର ପ୍ରମୁଖ ସଚିବ ଥିଲେ।