ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ

ଭୁବନେଶ୍ୱର, ୦୨/୦୧: ପରଲୋକରେ ନୀଳଗିରିର ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟ । ୭୬ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ତେବେ ଦୀର୍ଘ ଦିନ ହେବ ସେ କ୍ୟାନସର ରୋଗରେ ପୀଡ଼ିତ ହୋଇ ମୁମ୍ବାଇରେ ଚିକିତ୍ସିତ ହେଉଥିଲେ । ଆଉ ଆଜି ଭୋର ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡିବାରୁ ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଜିଲ୍ଲା ମୁଖ୍ଯ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଛନ୍ତି। ପୂର୍ବତନ ବିଧାୟକଙ୍କ ଦେହାନ୍ତରେ ନୀଳଗିରିରେ ଶୋକର ଛାୟା ଖେଳିଯାଇଛି।