ଭୁବନେଶ୍ୱର,୧୮/୦୧: ଜାନୁଆରି ୧୮ ତାରିଖ ନୁହେଁ ୨୨ରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏପର୍ଯ୍ୟନ୍ତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରେ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି । ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ । ତେବେ ପ୍ରଥମ ଏବଂ ଦ୍ୱିତୀୟ କିସ୍ତିରୁ ବାଦ୍ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ଏଥର ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ।ସେମାନେ ଏଥର ଏକାବେଳକେ ଦୁଇଟି କିସ୍ତିର ଟଙ୍କା ପାଇବେ ।