ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୦୬/୦୨: ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଗତକାଲି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସାରି ଶିମିଳିପାଳରେ ରାତ୍ରିଯାପନ କରିଥିଲେ । ଆଜି ରାଷ୍ଟ୍ରପତି ଶିମିଳିପାଳ ବୁଲିବା କାର୍ଯ୍ୟକ୍ରମ ରହିଛି । ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିଆସିବେ। ଭୁବନେଶ୍ବରରୁ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି ଛତିଶଗଡ଼ ଅଭିମୁଖେ ଯିବା ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛି ।ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ସହ ତାଙ୍କ ଶ୍ବଶୁର ଘର ଗାଁ ପାହାଡ଼ପୁରକୁ ଯାଇଥିଲେ । ସ୍ଥାନୀୟ ବାସିନ୍ଦା ପାରମ୍ପରିକ ଆଦିବାସୀ ନୃତ୍ୟର ତାଳେତାଳେ ରାଷ୍ଟ୍ରପତିଙ୍କୁ ପାଛୋଟି ନେଇଥିଲେ ।