BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୭/୦୨: ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ ସିଇଓ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି। ଏହି ଅବସରରେ ଲୋକସେବା ଭବନ ସ୍ଥିତ କନ୍‌ଭେନ୍‌ସନ୍‌ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଅର୍ଥନୈତିକ ଯୋଜନାକୁ ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, BCPPER ଅଞ୍ଚଳକୁ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିର ଏକ କେନ୍ଦ୍ରସ୍ଥଳ ଭାବେ ବିକଶିତ କରାଯିବ। ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଏହି ଅଞ୍ଚଳ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ଏବଂ ଭାରତର ଅଭିବୃଦ୍ଧିର ଆକାଶରେ ଏହା ଏକ ନୂତନ ତାରକା ଭଳି ଦୃଶ୍ୟମାନ ହେବ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହି ଅଞ୍ଚଳର ସବୁ ସହରର କିଛି ନା କିଛି ନିଜସ୍ବ ସାମର୍ଥ୍ୟ ରହିଛି, ସ୍ବତନ୍ତ୍ରତା ରହିଛି।

ଯେପରିକି ଟେକ୍ନୋଲୋଜି କ୍ଷେତ୍ରରେ ଭୁବନେଶ୍ବର, ବିଜନେସ୍ ପରମ୍ପରାରେ କଟକ, ସାଂସ୍କୃତିକ ଗରିମାରେ ପୁରୀ ଓ ବନ୍ଦର ଭିତ୍ତିକ ବିକାଶରେ ପାରାଦୀପ। ବର୍ତ୍ତମାନ ଆମର ପରିକଳ୍ପନା ହେଉଛି, ଏହି ଅଞ୍ଚଳ ଗୁଡିକୁ ଆଧୁନିକ ଭିତ୍ତିଭୂମି ସହିତ ଯୋଡାଯିବ ଏବଂ ପ୍ରତ୍ୟେକ ଅଞ୍ଚଳରେ ବିଭିନ୍ନ ପ୍ରକାର ପ୍ରକଳ୍ପ କରାଯିବ। ମେଟାଲ ଡାଉନଷ୍ଟ୍ରିମ୍, ବାୟୋଟେକ୍, ଟେକ୍ସଟାଇଲ୍, କେମିକାଲ୍‌ସ, ପର୍ଯ୍ୟଟନ, ଶିକ୍ଷା ଓ ଆଇ.ଟି ପରି ୮୦ରୁ ଅଧିକ ପ୍ରକଳ୍ପର ଯୋଜନା କରାଯାଇଛି।

Leave a Reply

Your email address will not be published. Required fields are marked *