ଧାନ ମଣ୍ଡିରେ ଚାଷୀ ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା

ଭୁବନେଶ୍ୱର,୦୯/୦୨: ଧାନ ମଣ୍ଡିରେ ଚାଷୀ ସମସ୍ୟା ଏବଂ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ଲେଖିଛନ୍ତି, ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ ତଦ୍‌ଜନିତ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ଦୁଃଖର ସହ ମୁଁ ଆପଣଙ୍କ ଦୃଷ୍ଟି ଆକର୍ଷଣ କରୁଛି। କୃଷି ହେଉଛି ଓଡିଶାର ଜୀବନ ରେଖା । ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପାଳନରେ ବିଫଳତା ଯୋଗୁ ଚଳିତ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆମ ଚାଷୀମାନଙ୍କ ପାଇଁ ଏକ ସଂଘର୍ଷମୟ ସ୍ଥିତି ସୃଷ୍ଟି କରିଛି । ୨୦୨୪ ନିର୍ବାଚନ ସମୟରେ ବିଜେପିର ନିର୍ବାଚନୀ ଇସ୍ତାହାରର ଦୁଇ ନମ୍ବର ପଏଣ୍ଟରେ ଧାନର ସର୍ବାଧିକ ସହାୟକ ମୂଲ୍ୟ ବୃଦ୍ଧି ଓ କଟନୀ-ଛଟନୀ ସମ୍ପୁର୍ଣ୍ଣ ବନ୍ଦ କରିବା ସମ୍ପର୍କରେ ଆମର ଚାଷୀ ଭାଇ ଭଉଣୀ ମାନଙ୍କୁ ପ୍ରତିଶ୍ରୁତି ଦିଆ ଯାଇଥିଲା । କିନ୍ତୁ ବାସ୍ତବ ସ୍ଥିତି ହେଉଛି ଯେ ରାଜ୍ୟରେ ଥିବା ମଣ୍ଡି ଗୁଡିକ ଏବେ ନିର୍ଯାତନାର କେନ୍ଦ୍ର ପାଲଟି ଯାଇଛି। ଏସବୁ ବିଷୟ ଗୁଡିକରେ ଆପଣଙ୍କର ଜରୁରୀ ହସ୍ତକ୍ଷେପ ଆଶା କରୁଅଛି ।

Leave a Reply

Your email address will not be published. Required fields are marked *