ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦/୦୨: ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ବର୍ଷ ରାଜ୍ୟ ସରକାର ମୂଳ ବଜେଟ ୨ଲକ୍ଷ ୯୦ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ଏଥର ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରୁଛନ୍ତି । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ବଜେଟରେ VB-G RAM G ପାଇଁ ୫୫୭୫ କୋଟି ଟଙ୍କାର ବ୍ୟବସ୍ଥା ଥିବା ବେଳେ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି ରଖାଯାଇଛି । ୧୦୦ ସ୍ମାର୍ଟ ଫାର୍ମ ମାର୍କେଟ (ମଡେଲ୍ ମଣ୍ଡି) ପାଇଁ ୧୦୦ କୋଟି ରହିଛି । ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ୍ ଯୋଜନା ପାଇଁ ୨୪୦ କୋଟି ଓ ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ଘୋଷଣା କରାଯାଇଛି । ରାଜ୍ୟ AI ମିଶନ ପାଇଁ ୨୩ କୋଟି ଟଙ୍କା ଓ ଟୁରିଜିମ୍ ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କା ଘୋଷଣା କରାଯାଇଛି । ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ବେଳେ ଶ୍ରୀଜଗନ୍ନାଥ ମନ୍ଦିର ପାଇଁ ‘ସମର୍ପଣ’ ନାଁରେ ଅନଲାଇନ୍ ଡିଜିଟାଲ ହୁଣ୍ଡି ବ୍ୟବସ୍ଥା କରାଯାଇଛି । ରତ୍ନଭଣ୍ଡାର ଗଣତିମଣତି ପାଇଁ ୫ କୋଟି ଟଙ୍କାର ପ୍ରସ୍ତାବ ପ୍ରସ୍ତାବ ରହିଛି ।

ସୁଭଦ୍ରା ଯୋଜନା ପାଇଁ ୧୦ ହଜାର ୧୪୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଏହା ଯୋଗୁ ୧ କୋଟିରୁ ଊର୍ଦ୍ଧ୍ୱ ମହିଳା ଉପକୃତ ହେବେ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ୧୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ଏହାସହ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା ହୋଇଛି । ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ ପାଇଁ ଯୋଜନା କାର୍ଯ୍ୟ କରିବ । ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ । ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ ।

 

Leave a Reply

Your email address will not be published. Required fields are marked *