ଭୁବନେଶ୍ୱର,୦୭/୦୩: ଗରମ, ଗୁଳୁଗୁଳିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଉପର ବାୟୁମଣ୍ଡଳସ୍ତରୀୟ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଛି । ଏହି ଘୂର୍ଣ୍ଣିବଳୟ ଦେଇ ଏକ ଟ୍ରଫ୍ ଲାଇନ୍ ଉତ୍ତରପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚରେ ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଓ ଉତ୍ତରପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଅତିକ୍ରମ କରୁଛି । ଏହାର ପ୍ରଭାବରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ବିଭିନ୍ନ ପାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏଥିସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବା। ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖ ଦିନ ପବନର ବେଗ ବୃଦ୍ଧି ପାଇବ, ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ସୁନ୍ଦରଗଡ଼ରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହି ୪ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।