ଭୁବନେଶ୍ୱର,୧୦/୦୩: ବିଜେଡି ଛାଡ଼ିଲେ ବିଜୁ ଜନତା ଦଳର ପୂର୍ବତନ ସାଂସଦ ରବୀନ୍ଦ୍ର ଜେନା । ସେ ବିଜେଡି ସୁପ୍ରିମୋଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି । ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ସେ ଲେଖିଛନ୍ତି । ତାଙ୍କ ସ୍ତ୍ରୀ ଏବେ ବିଜେଡିରୁ ବସ୍ତା ନିର୍ବାଚନ ମଣ୍ତଳୀରେ ବିଧାୟକ ଅଛନ୍ତି । ସେ କହିଛନ୍ତି, ଦଳ ସହିତ ଦୀର୍ଘ ଦିନର ଯାତ୍ରା ସ୍ମରଣୀୟ ହୋଇ ରହିବ । ଦଳର ସମସ୍ତ ଦାୟିତ୍ୱରୁ ତୁରନ୍ତ ଅବ୍ୟାହତି ପ୍ରଦାନ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ବାଲେଶ୍ୱର ବିଜେଡିର ପୂର୍ବତନ ଜିଲ୍ଲା ସଭାପତି ଥିଲେ ରବୀନ୍ଦ୍ର ଜେନା । ଚର୍ଚ୍ଚା ହେଉଛି ଯେ କାଲି ସେ ବିଜେପିରେ ମିଶିପାରନ୍ତି ।