କଟକ SCB ମେଡିକାଲରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ, ୪ ଜଣ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୮/୦୩: କଟକ SCB ମେଡିକାଲରେ ନିଆଁ ଲାଗିବା ଘଟଣାରେ ଆକ୍ସନ ନେଇଛନ୍ତି ରାଜ୍ୟ ସରକାର । ଏହି ଘଟଣାରେ ୪ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା, କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା, ଏସସିବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ କଟକ ଜିଇଡି ଅନ୍ତର୍ଗତ ଏସସିବି ସବ୍ -ଡିଭିଜନର ଆସିଷ୍ଟାଣ୍ଟ ଏକ୍ସିକ୍ୟୁଟିଭ ଇଂଜିନିଅର ରଞ୍ଜନ କୁମାର ବିଶ୍ୱାଳଙ୍କୁ ନିଲମ୍ବନ କରାଯାଇଛି । କାର୍ଯ୍ୟରେ ଅବହେଳା କାରଣରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏହି ୪ ଜଣଙ୍କୁ ନିଲମ୍ବନ କରାଯାଇଛି ।ସୂଚନା ଥାଉକି ଗତ ୧୬ ତାରିଖରେ ଏସସିବି ଆଇସିୟୁରେ ଅଗ୍ନିକାଣ୍ଡ ଘଟି ୧୨ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ରୋଗୀ ଗୁରୁତର ହୋଇଥିଲେ । ଏହି ଖବର ପାଇ ତୁରନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏସସିବିରେ ପହଂଚି ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ୨୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଥିଲେ । ଏହାସହ ଏହି ମାମଲାର ବିଚାରବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *