ଓଡ଼ିଶାର ମାଟି ତଳେ ହୀରାର ଭଣ୍ଡାର, ଗୃହରେ ଉତ୍ତର ରଖିଲେ ମନ୍ତ୍ରୀ ବିଭୁତି ଭୂଷଣ ଜେନା

ଭୁବନେଶ୍ୱର,୧୯/୦୩: ଓଡ଼ିଶାର ମାଟି ତଳେ ହୀରାର ଭଣ୍ଡାର । ନୂଆପଡ଼ାରେ ହୀରା ଖଣିର ସନ୍ଧାନ ମିଳିଛି । କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକର ହିଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଥିବାର ଚିହ୍ନଟ ହୋଇଛି । ନୂଆପଡ଼ା ବ୍ଲକର କାଲମିଦାଦର ଠାରେ ହୀରାପଥର ଥିବାର ଚିହ୍ନଟ ହୋଇଛି । ଏହାର ବୈଷୟିକ, ଅର୍ଥନୈତିକ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ମୂଲ୍ୟାୟନ କାର୍ଯ୍ୟ ଚାଲୁଅଛି । ଏନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା । ସେହିପରି କଳାହାଣ୍ଡି ଜିଲ୍ଲାର ଜୁନାଗଡ ବ୍ଲକ ହିଞ୍ଜିଳିବାହାଲ-ଜିଲିଙ୍ଗିବାର ଠାରେ ମାଣିକ ଥିବାର ଚିହ୍ନଟ ହୋଇଛି । ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ କୌଣସି ମୋତି ଖଣି ଚିହ୍ନଟ କରାଯାଇ ନାହିଁ । ରାଜ୍ୟରେ ଦେବଗଡ଼ ଜିଲ୍ଲାର ରିଆମାଳ ବ୍ଲକ ଅନ୍ତର୍ଗତ ଆଦାସ-ରାମପାଲ୍ଲୀ ଅଞ୍ଚଳରେ ତମ୍ଵାବାହୀ ପଥର, ଗ୍ରାଫାଇଟ୍, ନିକେଲ ସହିତ ସୁନା ଥିବାର ଜଣାପଡିଛି । ମୟୂରଭଞ୍ଜ ଜିଲ୍ଲାର କୁଳିଅଣା ବ୍ଲକ ଅନ୍ତର୍ଗତ ମଦନାସାହି-କାଞ୍ଜିଆ ଅଞ୍ଚଳରେ ତମ୍ବାବାହୀ ପଥର ସହିତ ସୁନା ଥିବାର ଆକଳନ ହୋଇଛି । କେନ୍ଦୁଝର ଜିଲ୍ଲାର ବଂଶପାଳ ବ୍ଲକ ଅନ୍ତର୍ଗତ ଗୋପୁର-ଜଳଡ଼ିହି ଅଞ୍ଚଳରେ ସୁନାପଥର ଥିବାର ସନ୍ଧାନ ମିଳିଛି ।

 

Leave a Reply

Your email address will not be published. Required fields are marked *