ନୂଆଦିଲ୍ଲୀ,୦୫/୦୫: ଚୀନର ଲିଉୟାଙ୍ଗରେ ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬୧ ଜଣ ଆହତ ହୋଇଛନ୍ତି। ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଗୁଆଣ୍ଡୁ ଟାଉନସିପ୍ରେ ଥିବା ଲିଉୟାଙ୍ଗ ହୁଆଶେଙ୍ଗ ବାଣ କାରଖାନା ନିର୍ମାଣ ଏବଂ ପ୍ରଦର୍ଶନ ସହଯୋଗ କାରଖାନାରେ ଏହି ଦୁର୍ଘଟଣା ଘଟିଥିଲା। ଉଦ୍ଧାର ଏବଂ ଅଗ୍ନିଶମ ବାହିନୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ୍ କାର୍ଯ୍ୟ ଆରମ୍ଭ କରିଥିଲେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ସେମାନଙ୍କର ଚିକିତ୍ସା କରାଯାଉଛି।