ଭୁବନେଶ୍ୱର,୩୦/୦୫: ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲ୍ଲାଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚିତ୍ତରଞ୍ଜନ ପିଲ୍ଲାପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ୟ୍ୟ କରୁଥିଲେ।ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ୟ୍ୟରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା। ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି। ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଛି। ଏଥିପାଇଁ ମୁଖ୍ୟମନ୍ତ୍ରୀ, ଚିତ୍ତରଞ୍ଜନ ପିଲ୍ଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି।