ଭୁବନେଶ୍ୱର, ୦୭/୦୬: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୭ତମ ରାଜ୍ୟସ୍ତରୀୟ ସିଙ୍ଗଲ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମୋଟ୍ ୨୪ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।ଏହି ବୈଠକରେ ୩ ହଜାର ୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ତକ ମାଧ୍ୟମରେ ରାଜ୍ୟରେ ୩ ହଜାର ୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୧୯ ହଜାର ୯୨୪ଟି ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଏହି ପ୍ରକଳ୍ପ ଗୁଡ଼ିକ ଖୋର୍ଦ୍ଧା, ଢେଙ୍କାନାଳ, ଝାରସୁଗୁଡ଼ା, କୋରାପୁଟ, ଯାଜପୁର, ସମ୍ବଲପୁର, , କେନ୍ଦୁଝର, ବଲାଙ୍ଗୀର, ପୁରୀ, କଟକ, ସୁନ୍ଦରଗଡ଼, ଗଞ୍ଜାମ, ଜଗତସିଂହପୁର ଏବଂ ମୟୂରଭଞ୍ଜ ସମେତ ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ ହେବ ।