ଭୁବନେଶ୍ୱର,୧୪/୦୬: ଆଜି ପହିଲି ରଜ । ଓଡ଼ିଶାରେ ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରୁଛନ୍ତି ପହିଲି ରଜ। ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିବ ରଜର ଆସର ଜମିଥାଏ । ରଜର ପ୍ରଥମ ଦିନକୁ ପହିଲି ରଜ, ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡ଼ିଥାଏ ।