ଭୁବନେଶ୍ୱର, ୨/୦୭: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୩,୪ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ୩ ଓ ୪ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ୍ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି । ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ, ମାଲକାନଗିରି, ନବରଙ୍ଗପୁର, କୋରାପୁଟ୍, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ଅନ୍ୟ ୧୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୩ରୁ ୪ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟକୁ ରେଡ୍ ୱାର୍ଣ୍ଣିଂ ଏବଂ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୪ରୁ ୫ ତାରିଖ ପାଇଁ ମଧ୍ୟ ମାଲକାନଗିରି ଓ କୋରାପୁଟ୍ ଜିଲ୍ଲା ପାଇଁ ରେଡ୍ ଆଲର୍ଟ ଜାରି ହୋଇଛି । ଏହି ଦୁଇଟି ଜିଲ୍ଲାରେ ଭୀଷଣ ବର୍ଷାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।