ଭୁବନେଶ୍ୱର, ୧/୦୮: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଆଜିଠୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ବିଶ୍ଵ ପ୍ରସିଦ୍ଧ ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ଭଳି ଏଥର ମଧ୍ୟ ମଇ ୧ ରୁ ଜୁଲାଇ ୩୧ ତାରିଖ ଦୀର୍ଘ ୩ ମାସ ଧରି ଭିତରକନିକା ବନ୍ଦ ରହିଥିଲା । ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ । ଆଜି ଠାରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସୁତି ଶେଷ ହୋଇଛି । ପର୍ଯ୍ୟଟକମାନେ ଭିତରକନିକା ମଧ୍ୟକୁ ପ୍ରବେଶ କରିବାକୁ ହେଲେ ପରିଚୟପତ୍ରକୁ ବାଧ୍ୟତାମୂଳକ କରାଯାଇଛି ।