ରାଜ୍ୟରେ ଏହି ସବୁ ଜିଲ୍ଲାରେ ୨୪ଘଣ୍ଟା ଭିତରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୦୫/୦୮: ରାଜ୍ୟରେ ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି। ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆଉ ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିପାରେ।ମୟୂରଭଞ୍ଜରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୬ ତାରିଖ ସକାଳ ସାଢ଼େ ୮ଟାରୁ ୭ତାରିଖ ସକାଳ ସାଢ଼େ ୮ଟା ଯାଏଁ କେନ୍ଦୁଝର, ମୟୂରଭଞ୍ଜକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ସମେତ ୨୮ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ବର୍ଷାର ପ୍ରଭାବ ଲାଗି ରହିବ।

Leave a Reply

Your email address will not be published. Required fields are marked *