୬ଟି ବିଭାଗର ମୋଟ ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୨/୦୮: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ସଫଳତାର ସହ ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏହି ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ବିଭାଗର ମୋଟ ୧୦ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ମାରିଛି । ବୈଠକ ଶେଷ ହେବା ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ଏହି ଆନୁଷ୍ଠାନିକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସାଧାରଣ ଜନତାଙ୍କୁ ସୁବିଧା ଯୋଗାଇବା, ସରକାରୀ ଯୋଜନାଗୁଡ଼ିକର ସୁପରିଚାଳନା ଏବଂ ରାଜ୍ୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ନିଷ୍ପତ୍ତିଗୁଡ଼ିକ ନିଆଯାଇଛି । ପାରିତ ହୋଇଥିବା ପ୍ରସ୍ତାବଗୁଡ଼ିକ ମଧ୍ୟରେ କୃଷି, ଭିତ୍ତିଭୂମି, ନିଯୁକ୍ତି ଏବଂ ବିଭିନ୍ନ ବିଭାଗୀୟ ନିୟମାବଳୀର ସଂଶୋଧନ ଭଳି ଜନହିତକର ବିଷୟ ରହିଛି ।

Leave a Reply

Your email address will not be published. Required fields are marked *