ହଙ୍ଗେରୀରେ ପୋଲାଣ୍ଡର ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ, ୧୨ ମୃତ

ନୂଆଦିଲ୍ଲୀ,୧୬/୦୮: ହଙ୍ଗେରୀର ଏକ ଜାତୀୟ ରାଜପଥରେ ରବିବାର ସକାଳେ ପୋଲାଣ୍ଡର ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିଛି। ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି । ସର୍ବିଆରୁ ପୋଲାଣ୍ଡ ଅଭିମୁଖେ ୫୭ ଜଣ ଯାତ୍ରୀ ଏବଂ ୨ ଜଣ ଚାଳକଙ୍କୁ ନେଇ ଯାଉଥିବା ଏହି ବସଟି ବୁଦାପେଷ୍ଟର ପୂର୍ବରେ ଥିବା ଏମ୍୩ ହାଇୱେରେ ନିୟନ୍ତ୍ରଣ ହରାଇ ରାସ୍ତା କଡ଼ ଖାଲକୁ ଓଲଟି ପଡ଼ିଥିଲା । ଘଟଣାସ୍ଥଳରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଛି । ଏହାବ୍ୟତୀତ ୩୭ ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି ।ବସ୍ ଭିତରେ ଫସି ରହିଥିବା ଯାତ୍ରୀମାନଙ୍କୁ କାଚ ଭାଙ୍ଗି ଉଦ୍ଧାର କରାଯାଇଥିବା ବେଳେ କ୍ରେନ୍ ସାହାଯ୍ୟରେ ବସଟିକୁ ଉଠାଯାଇଛି।  ହଙ୍ଗେରୀ ପ୍ରଧାନମନ୍ତ୍ରୀ ପିଟର ମାଗ୍ୟାର ଏବଂ ପୋଲାଣ୍ଡ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *