ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା

ଭୁବନେଶ୍ୱର,୨୬/୦୮: କଟକ ବାଲିଯାତ୍ରାକୁ ନେଇ ବଡ଼ ଅପଡେଟ । ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରା । ଏଥର ଉପର ପଡ଼ିଆ ସହ ତଳ ପଡ଼ିଆରେ ମଧ୍ୟ ବାଲିଯାତ୍ରା ଆୟୋଜନ କରାଯିବ । ବାଲିଯାତ୍ରାକୁ ଆସୁଥିବା ଲୋକଙ୍କ ସୁବିଧା ପାଇଁ ଗତବର୍ଷ ତୁଳନାରେ ଚଳିତବର୍ଷ ପାର୍କିଂ ବ୍ୟବସ୍ଥା ବଢ଼ାଯିବ। ଭିଡ଼ ନିୟନ୍ତ୍ରଣ ସହ ଯାନବାହନ ପାର୍କିଂକୁ ନେଇ ପ୍ରଶାସନ ପକ୍ଷରୁ ବିଶେଷ ଯୋଜନା କରାଯାଉଛି । କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରୁ ମଧ୍ୟ କଳାକାରମାନେ ଆସି ବାଲିଯାତ୍ରା ମଞ୍ଚରେ କାର୍ଯ୍ୟକ୍ରମ ପରିବେଷଣ କରିବେ । ଫଳରେ ଦର୍ଶକଙ୍କ ପାଇଁ ମନୋରଞ୍ଜନର ଭରପୂର ବ୍ୟବସ୍ଥା ରହିବ । ଏଥର ବାଲିଯାତ୍ରାର ଆଉ ଏକ ଆକର୍ଷଣ ହେବ ମହାନଦୀରେ ଜଳକ୍ରୀଡ଼ା । ବାଲିଯାତ୍ରା ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ମହାନଦୀରେ ଜଳକ୍ରୀଡ଼ାର ସୁବିଧା ଉପଲବ୍ଧ ରହିବ ବୋଲି କହିଛନ୍ତି ପ୍ରଶାସନ । ତେବେ ବାଲିଯାତ୍ରାରେ ଅଧିକ ଭିଡ଼କୁ ଦୃଷ୍ଟିରେ ରଖି ସୁରକ୍ଷା, ଟ୍ରାଫିକ୍ ଓ ପାର୍କିଂ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି । ଚଳିତବର୍ଷ ବାଲିଯାତ୍ରାକୁ ଆହୁରି ଆକର୍ଷଣୀୟ ଓ ସୁବ୍ୟବସ୍ଥିତ କରିବା ନେଇ କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି ।

Leave a Reply

Your email address will not be published. Required fields are marked *