ପୁଣି ଆସୁଛି ଆଉ ଏକ ଲଘୁଚାପ, ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ୱର, ୨୮/୦୮: ପୁଣି ଆସୁଛି ଆଉ ଏକ ଲଘୁଚାପ। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଏକ ଘୂର୍ଣ୍ଣିବଳୟ। ଆସନ୍ତକାଲି ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷିବ। ଆଜି ଅଧାରୁ ଅଧିକ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସେଥି ମଧ୍ୟରୁ ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୋଳ, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ବଜ୍ରପାତ ସହ ୭ ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୨୯ ଓ ୩୦ ତାରିଖରେ ପୁରା ରାଜ୍ୟରେ ପ୍ରବଳ ବର୍ଷିବ। ୩୧ ତାରିଖରେ ପଶ୍ଚିମ ଓଡି଼ଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *