ଭୁବନେଶ୍ୱର,୨୮/୦୮: ରାଜ୍ୟର ମହିଳା ହିତାଧିକାରୀଙ୍କ ଖାତାକୁ ଗଲା ‘ସୁଭଦ୍ରା’ ଟଙ୍କା। ନୟାଗଡ଼ରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ହିତାଧିକାରୀଙ୍କୁ ଏହି ଟଙ୍କା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ, ରାଜ୍ୟର ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ହସ୍ତାନ୍ତର କରାଯାଇଛି । ମୋଟ ୫ ହଜାର ୧୬୦ କୋଟିରୁ ଅଧିକ ଟଙ୍କା ହିତାଧିକାରୀଙ୍କୁ ଦିଆଯାଇଛି ।ଏହି ଅର୍ଥରାଶି ମହିଳାମାନଙ୍କ ଆର୍ଥିକ ସଶକ୍ତିକରଣ ସହ ନିଜସ୍ୱ ଆବଶ୍ୟକତା ପୂରଣ ଏବଂ ଆତ୍ମନିର୍ଭରଶୀଳ ହେବାରେ ସହାୟକ ହେବ ବୋଲି କୁହାଯାଉଛି । ନୟାଗଡ଼ରେ ହୋଇଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମରେ ଏହି ଟଙ୍କା ହସ୍ତାନ୍ତର କରାଯାଇଥିବା ବେଳେ, ଟଙ୍କା ଖାତାକୁ ଆସିବା ପରେ ହିତାଧିକାରୀ ମହିଳାଙ୍କ ମଧ୍ୟରେ ଖୁସିର ମାହୋଲ ଦେଖିବାକୁ ମିଳିଛି।