ଭୁବନେଶ୍ୱର,୨୯/୦୮: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟକୁ ଝଡ଼ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ। ଏହାସହ ଅନ୍ୟ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ରହିଛି।