ଭୁବନେଶ୍ୱର,୦୧/୦୯: ଆସନ୍ତାକାଲି ଶ୍ରୀମନ୍ଦିରରେ ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ ରହିବ । ଆସନ୍ତାକାଲି ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ 2 ଟା 30 ଠାରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭାଦ୍ରବ ମାସ କୃଷ୍ଣପକ୍ଷ ପଞ୍ଚମୀ ଅର୍ଥାତ୍ ରେଖାପଞ୍ଚମୀ ଦିନ ଅନୁଷ୍ଠିତ ହୋଇଥାଏ । ଏହା ମହାପ୍ରଭୁଙ୍କ ଏକ ସ୍ୱତନ୍ତ୍ର ଏବଂ ଗୁପ୍ତ ନୀତିକାନ୍ତି ଅଟେ । ପରମ୍ପରା ଅନୁଯାୟୀ, ସ୍ନାନ ପୂର୍ଣ୍ଣିମାରୁ ମହାପ୍ରଭୁଙ୍କଠାରୁ ଓଲାଗି ହୋଇଥିବା ସ୍ୱର୍ଣ୍ଣ ରାହୁରେଖାକୁ ଆସନ୍ତାକାଲି ପୁନର୍ବାର ଶ୍ରୀମୁଖରେ ଲାଗି କରାଯିବ ।