ଭୁବନେଶ୍ୱର,୦୭/୦୯: ପୁଣି ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସପ୍ତାହେ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଏବଂ ଝଡ଼ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ଅଧା ଓଡ଼ିଶାରେ ବଜ୍ରପାତ ଏବଂ ଝଡ଼ବର୍ଷା ସମ୍ଭାବନା ରହିଛି । ୧୭ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ୮ତାରିଖ ପାଇଁ ୨୦ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ ଏପରି ୧୭ଜିଲ୍ଲାକୁ ଚେତାବନୀ ରହିଛି ।୯ ତାରିଖରେ ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଗଞ୍ଜାମ, ପୁରୀ, ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୦ ତାରିଖରେ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୧ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ରହିଛି। ଏହା ପରେ ବର୍ଷାର ପରିମାଣ ସାମାନ୍ୟ କମିପାରେ ।