ନୂଆଦିଲ୍ଲୀ,୧୭/୦୯: ବାତ୍ୟା ଚର୍ଚ୍ଚା ଭିତରେ ଆଇଏମଡି ଡିଜି ସ୍ପଷ୍ଟୀକରଣ ରଖିଛନ୍ତି। ଆଇଏମଡି ବାତ୍ୟାର ପୂର୍ବାନୁମାନ କରିନି। ୧୯ ତାରିଖରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିପାରେ। ୨୩ ତାରିଖରୁ ରାଜ୍ୟରେ ବର୍ଷା ବଢ଼ିପାରେ। ବାତ୍ୟା ହେବ ନା ଅବପାତର ରୂପ ନେବ ଆକଳନ କରାଯାଇନଥିବା ସୂଚନା ଦେଇଛନ୍ତି ।
ଅନ୍ୟପଟେ ଉତ୍ତର ଥାଇଲାଣ୍ଡ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୧୯ରେ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସମ୍ଭାବନା ରହିଛି । ଏହା ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି । ୧୮ ସେପ୍ଟେମ୍ବର ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳକୁ ପ୍ରବେଶ କରିବାର ସମ୍ଭାବନା ରହିଛି ଏବଂ ଏହାର ପ୍ରଭାବରେ ୧୯ସେପ୍ଟେମ୍ବର ୨୦୨୬ ସନ୍ଧ୍ୟା ସୁଦ୍ଧା ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।