ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ନୂଆଦିଲ୍ଲୀ,୧୯/୦୯: ଉତ୍ତର ଥାଇଲ୍ୟାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପଶ୍ଚିମ ଦିଗ ମୁହାଁ ହୋଇଛି । ଆଣ୍ଡାମାନ ସାଗର ଭିତରକୁ ପ୍ରବେଶ କରିଛି ସକ୍ରିୟ ଘୂର୍ଣ୍ଣିବଳୟ। ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ପରେ ଶକ୍ତିଶାଳୀ ହୋଇ ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପରବର୍ତ୍ତି ସମୟରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼େ ଅଗ୍ରସର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ସାରା ରାଜ୍ୟକୁ ଝଡ଼ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି। ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି। ବାକି ଜିଲ୍ଲାରେ ବିଜୁଳ, ଘଡ଼ଘଡ଼ି ସହ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ଏହା ବାତ୍ୟାରେ ପରିଣତ ହେବ ନା ନାହିଁ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି। ଲଘୁଚାପ ସୃଷ୍ଟି ହେବା ପରେ ଚିତ୍ର ସ୍ପଷ୍ଟ ହେବ ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।

Leave a Reply

Your email address will not be published. Required fields are marked *