ନୂଆଦିଲ୍ଲୀ,୧୯/୦୯: ୨୦ତମ ରୋଜଗାର ମେଳା ଅନୁଷ୍ଠିତ ହୋଇଛି। ଦେଶର ୪୫ଟି ସ୍ଥାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୫୧ ହଜାରରୁ ଅଧିକ ଯୁବକଯୁବତୀଙ୍କୁ ସରକାରୀ ଚାକିରିର ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି ।କେନ୍ଦ୍ରମନ୍ତ୍ରୀ ଓ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ବିଭିନ୍ନ ସ୍ଥାନରେ ନିଯୁକ୍ତି ପତ୍ର ବଣ୍ଟାଯାଇଛି । ଭିଡିଓ କନଫରେନ୍ସିଂ ଜରିଆରେ ନବନିଯୁକ୍ତ କର୍ମଚାରୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ରୋଜଗାର ମେଳାରେ କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ ଯୋଗ ଦେଇଥିଲେ । କଟକରେ ୮୯ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି ।