ଆଜି ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିବସ, ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ

ଭୁବନେଶ୍ୱର,୨୨/୦୯: ଆଜି ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ଦିବସ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ | ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଚାଲିପାରିଲାନି ବିଧାନସଭା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ବିଭିନ୍ନ ପ୍ରସଙ୍ଗକୁ ନେଇ ବିରୋଧୀ ହୋହଲ୍ଲା କରିଥିଲେ । ହଟ୍ଟଗୋଳକୁ ନଜରରେ ରଖି ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି । ମଙ୍ଗଳବାର ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ପ୍ରଥମେ ଦିବଙ୍ଗତ ନେତା ଓ ନେପାଳରେ ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ ହୋଇଥିଲା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀ, ସୁଶାନ୍ତ ସିଂ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ସତ୍ୟଭୂଷଣ ସାହୁ, ରାମମୂର୍ତ୍ତି ଗମାଙ୍ଗୋ, ହାଜି ମହମ୍ମଦ ଆୟୁବ ଖାନ୍ ଏବଂ ଶିବାଜୀ ମାଝୀଙ୍କ ପାଇଁ ଶୋକ ପ୍ରସ୍ତାବ ଆଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ପକ୍ଷରୁ ସମର୍ଥନ କରାଯାଇଥିଲା । ସମସ୍ତ ସଦସ୍ୟ ଛିଡ଼ା ହୋଇ ଦିବଙ୍ଗତଙ୍କ ଅମର ଆତ୍ମା ଶାନ୍ତି ପାଇଁ ନୀରବ ପ୍ରାର୍ଥନା କରିଥିଲେ । ହେଲେ ଏହା ପରେ ପ୍ରଶ୍ନକାଳ ଆମ୍ଭ ହେଉ ହେଉ ବିରୋଧୀ ହୋହଲ୍ଲା କରିଥିଲେ । ସୂଚନାଥାଉକି, ଚଳିତ ମୌସୁମୀ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ପର୍ଯ୍ୟନ୍ତ ଚାଲିବ। ମୋଟ ୯ଟି କାର୍ଯ୍ୟଦିବସ ରହିଛି ।

Leave a Reply

Your email address will not be published. Required fields are marked *