ଭୁବନେଶ୍ୱର,୧୦/୧୦: ଆଜି ପବିତ୍ର ମହାଳୟା । ଏହି ଅବସରରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରାଯାଇଥାଏ । ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପିଣ୍ଡଦାନ କରିବେ ଶ୍ରଦ୍ଧାଳୁ । ଶ୍ରୀକ୍ଷେତ୍ରରେ ମହୋଦଧି ସହ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପିତୃପୁରୁଷଙ୍କୁ ପିଣ୍ଡ ଦାନ କରିବେ ଶ୍ରଦ୍ଧାଳୁ ।ତେବେ ବିଧି ପରମ୍ପରା ଅନୁଯାୟୀ ମହାଳୟା ତିଥିରେ ଅଟାଗୁଳାର ପିଣ୍ଡ ତିଆରି କରି ଦାନ କରିବା ସହିତ ବ୍ରାହ୍ମଣଙ୍କୁ ମହାପ୍ରସାଦ ଭୋଜନ ମଧ୍ୟ କରାଇଲେ ପିତୃପୁରୁଷ ମୋକ୍ଷ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି। ଯେଉଁମାନେ ତିଥି ଅନୁସାରେ ପିଣ୍ଡଦାନ କରି ନପାରନ୍ତି ସେମାନେ ମହାଳୟାରେ ପିଣ୍ଡଦାନ କରିଥାନ୍ତି ।