ଭୁବନେଶ୍ୱର, ୧୭/୧୦: ଛାତ୍ର ସଂସଦ ନିର୍ବାଚନରେ ବଡ଼ ବିଜୟ ପରେ ନବୀନ ନିବାସରେ ଛାତ୍ରଛାତ୍ରୀ ଓ ଯୁବପିଢ଼ିଙ୍କ ଭିଡ଼ ଦେଖିବାକୁ ମିଳିଛି । ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଛାତ୍ରଛାତ୍ରୀ ଏବଂ ଜେନ୍-ଜି ଯୁବକଯୁବତୀମାନେ ନବୀନ ନିବାସରେ ପହଞ୍ଚି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଭେଟୁଛନ୍ତି । ଛାତ୍ର ସଂସଦ ନିର୍ବାଚନରେ ସଫଳତା ପରେ ଯୁବପିଢ଼ିଙ୍କ ଏହି ସାକ୍ଷାତକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ବିଭିନ୍ନ ଅଞ୍ଚଳରୁ ଆସୁଥିବା ଛାତ୍ରଛାତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସାକ୍ଷାତ କରୁଥିବା ଦେଖିବାକୁ ମିଳିଛି।