ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା,

ଭୁବନେଶ୍ୱର,୨୧/୧୦: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ୨୬ ଅକ୍ଟୋବର ଯାଏଁ ତାମିଲନାଡୁରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ତାମିଲନାଡୁ ଉପକୂଳ ନିକଟରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ତାମିଲନାଡୁ, ପୁଡୁଚେରୀ ଓ କାରାଇକାଲରେ ୨୬ ଅକ୍ଟୋବର ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବା ଆଶଙ୍କା ରହିଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଉପକୂଳ ଆନ୍ଧ୍ରପ୍ରଦେଶ, ୟାନାମ୍‌ ଏବଂ ରାୟଲସୀମାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ଅଛି । ସେହିପରି କେରଳ ଓ ମାହେରେ ୨୬ ତାରିଖ ପର୍ଯ୍ୟନ୍ତ, ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକରେ ଆଜିଠୁ ୨୪ ତାରିଖ ମଧ୍ୟରେ ଏବଂ ଲାକ୍ଷାଦ୍ୱୀପରେ ଆସନ୍ତାକାଲିରୁ ୨୬ ଅକ୍ଟୋବର ମଧ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଦକ୍ଷିଣ ଭାରତର ବିଭିନ୍ନ ରାଜ୍ୟରେ ବର୍ଷାର ପ୍ରଭାବ ରହିପାରେ ବୋଲି ସୂଚନା ରହିଛି।

Leave a Reply

Your email address will not be published. Required fields are marked *