ବାତ୍ୟା ମୁରାସୁର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ, ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨/୧୧: ବାତ୍ୟା ‘ମୁରାସୁ’ର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି । ଆଗାମୀ ୪ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ।

ସେହିପରି ଆସନ୍ତାକାଲି ଓ ୪ ତାରିଖରେ ୬ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ରାୟଗଡ଼ା, ଗଜପତି, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ କନ୍ଧମାଳ । ବାତ୍ୟାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ଜଳ ଜମିବା, ରାସ୍ତାଘାଟରେ ଯାତାୟାତ ସମସ୍ୟା ଓ ବଜ୍ରପାତ ଭଳି ବିପଦ ପ୍ରତି ସତର୍କ ରହିବା ଆବଶ୍ୟକ ।

Leave a Reply

Your email address will not be published. Required fields are marked *