ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପାଇଁ ଜରୁରୀ ସୂଚନା, ଆସନ୍ତାକାଲି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ୱର,୩/୧୧: ଶ୍ରୀମନ୍ଦିରକୁ ଯାଉଥିବା ଭକ୍ତଙ୍କ ପାଇଁ ଜରୁରୀ ସୂଚନା। ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ, ଅର୍ଥାତ୍ ପ୍ରାୟ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ସେପଟେ ଧୁକୁଡ଼ି ଦ୍ୱାର ନିକଟରେ ବାନ୍ତି ପଡ଼ିଥିବାରୁ ଶ୍ରୀମନ୍ଦିରରେ ହୋଇଛି ବଡ଼ ମହାସ୍ନାନ । ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହି ନୀତିକୁ ଦୃଷ୍ଟିରେ ରଖି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Leave a Reply

Your email address will not be published. Required fields are marked *