ଅଁଳା ନବମୀ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଜୋରଦାର ପ୍ରସ୍ତୁତି

ଭୁବନେଶ୍ୱର,୧୫/୧୧: ପବିତ୍ର ଅଁଳା ନବମୀ ପାଇଁ ସାକ୍ଷୀଗୋପାଳ ମନ୍ଦିରରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଆସନ୍ତା ୧୮ ତାରିଖରେ ଅଁଳା ନବମୀ । ଏହି ଅବସରରେ ଅନୁଷ୍ଠିତ ହେବ ବଡ଼ ଏକାଦଶୀ ଓ ରାଧାରାଣୀଙ୍କ ଦୁର୍ଲଭ ରାଧାପାଦ ଦର୍ଶନ। ଏହି ପବିତ୍ର ଦର୍ଶନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବା ଆଶା କରାଯାଉଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଓ ସୁରକ୍ଷାକୁ ନଜରରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଟ୍ରାଫିକ୍ ଆଡଭାଇଜରି ଜାରି ହୋଇଛି ।

ଏହି ପ୍ରସ୍ତୁତିର ସମୀକ୍ଷା ପାଇଁ ପୋଲିସ ଆଇଜି  ସାକ୍ଷୀଗୋପାଳ ମନ୍ଦିର ପରିଦର୍ଶନ କରିଛନ୍ତି । ମନ୍ଦିର ପରିସରରେ ସୁରକ୍ଷା ବ୍ୟବସ୍ଥା ଓ ଆଇନଶୃଙ୍ଖଳା ସ୍ଥିତି ନେଇ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି।

ଅନ୍ୟପଟେ ମନ୍ଦିର ଗର୍ଭଗୃହର ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହେବା ଘଟଣାକୁ ନେଇ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି । ମନ୍ଦିର ଭିତରକୁ ମୋବାଇଲ୍ ଫୋନ୍ ନେବା ଉପରେ ସମ୍ପୂର୍ଣ୍ଣ ରୋକ୍ ଲଗାଇବା ସହ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ାକଡ଼ି କରିବାକୁ ଆଇଜି ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply

Your email address will not be published. Required fields are marked *