ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର,୧୭/୧୧: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି। ଫଳରେ ମୋଟ୍ ମହଙ୍ଗା ଭତ୍ତା ୬୦ ରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଗତ ଜୁଲାଇ ମାସରୁ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ସେହିପରି ପେନସନ୍ ଭୋଗୀଙ୍କ ଟି.ଆଇ. ରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ନଭେମ୍ବର ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ଘୋଷଣା କରିଛନ୍ତି। ଏହା ଦ୍ୱାରା ପ୍ରାୟ ସାଢେ ୮ ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।

Leave a Reply

Your email address will not be published. Required fields are marked *