ଭୁବନେଶ୍ୱର,୧୮/୧୧: ବାତ୍ୟା ପ୍ରଭାବରେ ଓଡ଼ିଶାକୁ ଘାରିଲା ପ୍ରବଳ ବର୍ଷା ଆଶଙ୍କା। ୧୯ରୁ ୨୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ୧୯ରୁ ୨୦ ତାରିଖ ପାଇଁ କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଜପତି, ଗଞ୍ଜାମ ଓ ପୁରୀକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୨୦ରୁ ୨୧ ତାରିଖ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଓ ଗଞ୍ଜାମକୁ ସତର୍କତା ଜାରି କରାଯାଇଛି। ଅନ୍ୟପଟେ ୨୧ରୁ ୨୨ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ସମେତ ନୂଆପଡ଼ା, ନବରଙ୍ଗପୁର ଓ କୋରାପୁଟକୁ ମଧ୍ୟ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।