ନୂଆଦିଲ୍ଲୀ,୧୨/୦୬: ବଡ଼ ଦୁର୍ଘଟଣାର ଶିକାର ହେଲା ଏୟାର ଇଣ୍ଡିଆର ବିମାନ AI171 । ଏଥିରେ ୨୪୨ ଜଣ ଯାତ୍ରୀ ଥିବ ବେଳେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଗୁଜରାଟ ଅହମ୍ମଦାବାଦ ଏୟାରପୋର୍ଟ ନିକଟରେ ଏହି ବଡ଼ ଧରଣର ବିମାନ ଦୁର୍ଘଟଣା ଘଟିଛି । ଏୟାର ଇଣ୍ଡିଆ AI-171 ବିମାନ ଅହମ୍ମଦାବାଦରୁ ଲଣ୍ଡନ ଅଭିମୁଖେ ଦିନ ପାଖାପାଖି ସାଢ଼େ ୧ଟାରେ ଉଡ଼ାଣ ଭରୁଥିବାବେଳେ ଖସିପଡ଼ିଥିବା କୁହାଯାଉଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବିମାନ ଦୁର୍ଘଟଣା ହୋଇଥିବା ସୂଚନା । ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବା ସମୟରେ ନିକଟବର୍ତ୍ତୀ ଏକ କୋଠା କିମ୍ବା କାନ୍ଥରେ ଧକ୍କା ଦେବା ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିବା କୁହାଯାଉଛି । ବିମାନଟି ସମ୍ପୂଣ୍ଣ ପୋଡି ପାଉଁଶ ହୋଇଛି । ଏୟାର ଇଣ୍ଡିଆ ପକ୍ଷରୁ ଦିଆଯାଇଥିବା ସୂଚନା ମୁତାବକ ଯାତ୍ରୀଙ୍କ ବାବଦରେ କିଛି ଜାଣିବାକୁ ଚାହୁଥିଲେ ୧୮୦୦୫୬୯୧୪୪୪ ନମ୍ବରରେ ଯୋଗାଯୋଗ କରିପାରିବେ । ସୋସିଆଲ ମିଡିଆ ସାଇଟ୍ ଏକ୍ସ ହ୍ୟାଣ୍ଡେଲ୍ରେ ଏୟାର ପକ୍ଷରୁ କୁହାଯାଇଛି ଯେ, ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି ।