ଭୁବନେଶ୍ୱର,୧୨/୦୯: ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ ଓଡିଶା ପୋଲିସ ପକ୍ଷରୁ ଏକ ଅଭିନଵ ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ଘରେ ବସି ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ ମାଧ୍ୟମରେ ସାଧାରଣ ଲୋକମାନେ ୧୪ଟି ପୋଲିସ-ନାଗରିକ ସେବା ପାଇପାରିବେ ।
ଆଜି ଡିଜିପି ବିନୟତୋଷ ମିଶ୍ର ଭୁବନେଶ୍ବର ଡିଜିପି କ୍ୟାମ୍ପ ଅଫିସ୍ ଠାରେ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଓଡ଼ିଶା ସରକାରଙ୍କ ନାଗରିକ-କେନ୍ଦ୍ରିକ ଡିଜିଟାଲ୍ ସୁଶାସନ ପଦକ୍ଷେପ ଅଧୀନରେ ‘ଆମ ସାଥୀ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍’ରେ ଏହି ସେବାଗୁଡ଼ିକୁ ଯୋଡ଼ାଯାଇଛି। ଷ୍ଟେଟ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ (SCRB), ଓଡ଼ିଶା ପୁଲିସ ପକ୍ଷରୁ ଏଥିପାଇଁ ଆବଶ୍ୟକୀୟ ବୈଷୟିକ ସମନ୍ୱୟ ସମ୍ପୂର୍ଣ୍ଣ କରାଯାଇଛି।