ବଡ଼ ଖବର: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତା ମୃତ୍ୟୁ

ନୂଆଦିଲ୍ଲୀ,୦୨/୦୮: ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ବଳଙ୍ଗା ପୀଡ଼ିତା ମୃତ୍ୟୁ । ଭୁବନେଶ୍ୱରରୁ ଦିଲ୍ଲୀ ଏମ୍ସକୁ ହୋଇଥିଲେ ଏୟାର ଲିଫ୍ଟ । ଜୁଲାଇ ୧୯ରେ ପୀଡ଼ିତାଙ୍କୁ ଜାଳିଥିଲେ ଦୁର୍ବୃତ୍ତ । ଘଟଣାରେ ତଦନ୍ତ ଜାରି ରହିଥିଲା । ବାରମ୍ୱାର ପୁଲିସ ବଳଙ୍ଗାରୁ ଦିଲ୍ଲୀ ଯାଏଁ ଛାନଭିନ କରିଥିଲେ । ଦିଲ୍ଲୀ ଯାଇ ପୁଲିସର ବୟାନ ମଧ୍ୟ ରେକର୍ଡ କରାଯାଇଥିଲା । ହେଲେ ଏଯାଏଁ ଅଭିଯୁକ୍ତଙ୍କ ଟେର୍ ପାଉନି ପୁଲିସ । ପୀଡ଼ିତା ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବାବେଳେ ୩ଥର ଅସ୍ତ୍ରୋପଚାର ହୋଇଥିଲା । ସୂଚନାମୁତାବକ, ଜୁଲାଇ ୧୯ ତାରିଖ ଦିନ ପୀଡ଼ିତା ସକାଳୁ ସାଙ୍ଗ ଘରକୁ ଯାଉଥିଲେ । ବାଟରେ ନାବାଳିକାକୁ ଉଠାଇନେଇଥିଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଯାଇଥିଲେ । ପେଟ୍ରୋଲ ଢାଳି ନିଆଁ ଲଗାଇ ଜାଳିଦେଇଥିଲେ ।