ଭୁବନେଶ୍ୱର,୨୦/୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନ ଭରିଛନ୍ତି। ନିଜର ଦଳୀୟ କର୍ମୀ ଓ ସମର୍ଥକ ମାନଙ୍କ ଗହଣରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟସଭା ସଦସ୍ୟ ନିରଞ୍ଜନ ବିଶି, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଗତ ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ଉଭୟ ବିଜେପି ଓ କଂଗ୍ରେସ ପ୍ରାର୍ଥୀ। ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିଲେ।ଆଜି ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ଏହାପରେ ଉପନିର୍ବାଚନ ପାଇଁ ଜମିବ ପ୍ରଚାର। ମନ୍ତ୍ରୀ, ବିଧାୟକ ଓ ଛାମୁଆ ନେତା ନୂଆପଡ଼ାର ଗାଁ ଗାଁରେ ବୁଲିଲେଣି । ନଭେମ୍ବର ୧୧ରେ ନୂଆପଡ଼ା ବିଧାନସଭା ଆସନ ପାଇଁ ଭୋଟଗ୍ରହଣ କରାଯିବ ।