ଭୁବନେଶ୍ୱର: ବିଧାନସଭାରେ ବାଚସ୍ପତିଙ୍କୁ ଭେଟିଲେ ବିଜେଡି ବିଧାୟକ। ୮ ନିଲମ୍ବିତ ବିଧାୟକଙ୍କ ସଭ୍ୟପଦ ରଦ୍ଦ କରିବାକୁ ବାଚସ୍ପତିଙ୍କୁ ଭେଟି ଅନୁରୋଧ କରିଛନ୍ତି। ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ କରିଥିଲେ ୮ ବିଜେଡି ବିଧାୟକ। ଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ସ୍ୱରୂପ ସେମାନଙ୍କୁ ଦଳରୁ ନିଲମ୍ବିତ କରାଯାଇଥିଲା। ଏବେ ତାଙ୍କର ସଭ୍ୟପଦ ରଦ୍ଦ କରିବାକୁ ବାଚସ୍ପତିଙ୍କୁ ଅନୁରୋଧ କରିଛନ୍ତି ବିଜେଡି ବିଧାୟକ।