ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା, ଜୟ ଢୋଲକିଆ ବିଜେପି ପ୍ରାର୍ଥୀ

ଭୁବନେଶ୍ୱର,୧୫/୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଘୋଷଣା କରିଛି ପ୍ରାର୍ଥୀଙ୍କ ନାମ । ଜୟ ଢୋଲକିଆଙ୍କ ନାମ ଘୋଷଣା କରିଛି ବିଜେପି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିବେ ଜୟ । ଦିବଙ୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ । ସୂଚନାଯୋଗ୍ୟ ଯେ ଅକ୍ଟୋବର ୨୦ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ଅକ୍ଟୋବର ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ରେ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ରେ ମତଦାନ ହେବାକୁ ଥିବାବେଳେ ଏହିଦିନ ସକାଳ ୭ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ। କିନ୍ତୁ ନକ୍ସଲ ପ୍ରଭାବିତ ଅଞ୍ଚଳର ୪୭ଟି ବୁଥ୍‌ରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମତଦାନ ହେବ। ନଭେମ୍ବର ୧୬ ସୁଦ୍ଧା ସମସ୍ତ ନିର୍ବାଚନ ପ୍ରକ୍ରିୟା ସରିବ।