ତାମିଲନାଡୁର କଟ୍ଟନାରପଟ୍ଟୀରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ

ନୂଆଦିଲ୍ଲୀ,୨୦/୦୪: ତାମିଲନାଡୁର ବିରୁଧନଗର ଜିଲ୍ଲାର କଟ୍ଟନାରପଟ୍ଟୀରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ୨୧ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଆଜି ଅପରାହ୍ନରେ ଏହି ଘଟଣା ଘଟିଥିବା ବେଳେ ଖବର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲା । କାରଖାନାରେ ଲାଗିଥିବା ନିଆଁକୁ ସେମାନେ ଲିଭାଇଥିଲେ । ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲେ । ଘଟଣା ସମୟରେ କାରଖାନାରେ ପ୍ରାୟ ୩୦ ଜଣ କର୍ମଚାରୀ କାମ କରୁଥିଲେ ।କାହିଁକି ବିସ୍ଫୋରଣ ଘଟିଲା, ତାହା ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌କେ ଷ୍ଟାଲିନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ସେ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତମାନଙ୍କୁ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।