ପଟ୍ଟାମୁଣ୍ତାଇ ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ତକୁ ଗିରଫ କଲା ପୁଲିସ

ଭୁବନେଶ୍ୱର,୧୦/୦୮: ପଟ୍ଟାମୁଣ୍ତାଇ ଛାତ୍ରୀ ମୃତ୍ୟୁ ଘଟଣାରେ ବୟଫ୍ରେଣ୍ତକୁ ଗିରଫ କରିଛି ପୁଲିସ । ଏହି ଘଟଣାର ପାଞ୍ଚ ଦିନ ପରେ ବୟଫ୍ରେଣ୍ତ ପ୍ରମୋଦ ବେହେରାକୁ ଗିରଫ କଲା ପୁଲିସ । କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ କାଠିଆପଡ଼ା ଗାଁରେ ଛାତ୍ରୀ ମୃତ୍ୟୁ ଘଟଣାରେ ତଦନ୍ତ ଯେତେ ଆଗକୁ ବଢୁଛି, ରହସ୍ୟ ସେତେ ବଢିବାରେ ଲାଗିଛି । ପୀଡିତାଙ୍କ ବାପାଙ୍କ ମୋବାଇଲ ଫୋନ୍‌କୁ ଜବତ କରିଛି ପୁଲିସ । ବାପାଙ୍କ ମୋବାଇଲରେ ମୃତ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଏବଂ ଭିଡ଼ିଓ ରହିଥିବା ସୂଚନା ମିଳିଛି । ଏହି ଫଟୋ ଓ ଭିଡ଼ିଓକୁ ପୁରୁଷ ବନ୍ଧୁ ତାଙ୍କ ବାପାଙ୍କ ମୋବାଇଲକୁ ପଠାଇଥିବା ଗ୍ରାମାଞ୍ଚଳ ଥାନା ଆଇଆଇସି ସୂଚନା ଦେଇଛନ୍ତି । ସେହିପରି ପୁଲିସ ହେପାଜତରେ ଥିବା ପୁରୁଷବନ୍ଧୁ ପ୍ରମୋଦ ବେହେରାଙ୍କ ମୋବାଇଲ ଫୋନ୍‌କୁ ମଧ୍ୟ ଜବତ କରାଯାଇଛି । ଏହି ଫୋନ୍‌ରେ ମଧ୍ୟ ଛାତ୍ରୀଙ୍କ ଆପତ୍ତିଜନକ ଫଟୋ ଏବଂ ଭିଡ଼ିଓ ରହିଥିବା କୁହାଯାଉଛି । ତାଙ୍କ ହ୍ବାଟ୍‌ସଆପ୍ ଚାଟିଂ ଓ ଭିଡିଓ କଲ୍ ରେକର୍ଡ ମଧ୍ୟ ପୁଲିସ ପାଇଛି ।