ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା, ଜାଣନ୍ତୁ କେଉଁଥି ପାଇଁ ଦେବାକୁ ପଡିବ କେତେ?

ଭୁବନେଶ୍ବର,୧୬/୦୫: ପେଟ୍ରୋଲ ଡିଜେଲ ଦର ବଢ଼ିବାର ୨୪ ଘଣ୍ଟା ନ ପୂରୁଣୁ ଆଜି ରାଜ୍ୟରେ ବସ୍‌ ଭଡ଼ା ବଢ଼ିଛି। ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା ୨ପଇସା ବଢ଼ିଥିବା ବେଳେ ଡିଲକ୍ସ, ଏସି ଡିଲକ୍ସ ଓ ସୁପର ଡିଲକ୍ସ ବସ୍‌ ଭଡ଼ା ୪ରୁ ୬ ପଇସା ବୃଦ୍ଧି ପାଇଛି। ଆଜି ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସାଧାରଣ ବସ୍‌ ଭଡ଼ା ପ୍ରତି କିମି ପିଛା ୮୮ ପଇସା ଥିବା ବେଳେ ଏବେ ୯୦ ଓ ଏକ୍ସପ୍ରେସ୍‌ ବସ୍‌ ଭଡ଼ା ୯୨ ପଇସାରୁ ୯୪ ପଇସାକୁ ବୃଦ୍ଧି ପାଇଛି। ସେହିପରି ଡିଲକ୍ସ ବସ୍‌ ଭଡ଼ା ୧୨୭ ପଇସାରୁ ୧୩୧ ପଇସା, ଏସି ଡିଏକ୍ସ ୧୫୫ ପଇସାରୁ ୧୫୯ ପଇସା ଓ ସୁପର ଡିଲକ୍ସ ଭଡ଼ା ୨୪୧ ପଇସାରୁ ୨୪୭ ପଇସାକୁ ବୃଦ୍ଧି ପାଇଛି।

Leave a Reply

Your email address will not be published. Required fields are marked *