ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ ଚଳାଚଳ

ଭୁବନେଶ୍ୱର,୧୨/୦୭: ଚାରି ଦିନ ପରେ ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ ଚଳାଚଳ । ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଘରୋଇ ବସ ମାଲିକ ସଂଘ ଏହି ନିଷ୍ପତ୍ତି ନେଇଛି । ତେବେ ଏଥିପାଇଁ ସୁରକ୍ଷା ଯୋଗାଇ ଦେବାକୁ ରାଜ୍ୟ ସରକାରଙ୍କୁ ସଂଘ ଅପିଲ କରିଛି । ସେପଟେ ଡ୍ରାଇଭର ମହାସଂଘ ଧର୍ମଘଟକୁ ସମର୍ଥନ ଜଣାଇବ ନାହିଁ ବୋଲି ପ୍ରେସମିଟ୍ କରି ସୂଚନା ଦେଇଛି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ । ଚାରି ଦିନ ଧରି ଧର୍ମଘଟ ଯୋଗୁଁ କ୍ଷତି ସହୁଛନ୍ତି ବସ୍ ମାଲିକ । ହଜାର ହଜାର ଯାତ୍ରୀ ହନ୍ତସନ୍ତ ହେଉଛନ୍ତି । ତେଣୁ ଡ୍ରାଇଭର ମହାସଂଘର ଷ୍ଚିୟରିଂ ଛାଡ଼ ଆନ୍ଦୋଳନକୁ ଆଉ ସମର୍ଥନ ଦିଆଯିବ ନାହିଁ ବୋଲି ଘରୋଇ ବସ ମାଲିକ ସଂଘ ସୂଚନା ଦେଇଛନ୍ତି ।