ଭୁବନେଶ୍ୱର,୦୪/୦୭: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ଏହି ବଡ଼ ଘୋଷଣା କରିଛନ୍ତି । ଏହା ସହିତ ଶ୍ରୀ ଜଗନ୍ନାଥ ସଂଗ୍ରହାଳୟ, ଗ୍ରନ୍ଥାଗାର ଏବଂ ଗବେଷଣା କେନ୍ଦ୍ର ହେବ ପ୍ରତିଷ୍ଠା । ଶ୍ରୀ ଜଗନ୍ନାଥ ସଂସ୍କୃତି, କିମ୍ବଦନ୍ତୀ ଓ ଇତିହାସର ହେବ ପ୍ରଚାର ପ୍ରସାର । ଓଡ଼ିଆ ଅସ୍ମିତାକୁ ଦିଆଯିବ ଗୁରୁତ୍ୱ । ନାଗରିକମାନଙ୍କୁ ସୁବିଧା ସୁଯୋଗ ଯୋଗାଇ ଦେବା ସାଙ୍ଗକୁ, ବହୁବିଧ ସେବା, ପର୍ଯ୍ୟଟକଙ୍କ ଚର୍ଚ୍ଚା ଦ୍ୱାରା ଏକ ବିରାଟ ସକାରାତ୍ମକ ପରିବର୍ତ୍ତନ ନେଇ ଲକ୍ଷ୍ୟ ରଖିଛନ୍ତି ସରକାର । ଏନେଇ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ୨୦୩୬ ସୁଦ୍ଧା ପୁରୀ ହେବ ସୁନ୍ଦର, ସବୁଜ ଓ ବିକଶିତ ପୁରୀ ।